ସୁନ୍ଦରଗଡ଼: ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (PHC) ର ପୂର୍ବତନ ଫାର୍ମାସିଷ୍ଟ ସନତ କୁମାର ମହାନ୍ତିଙ୍କୁ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟ ୨ ବର୍ଷର କାରାଦଣ୍ଡ ସହ ୧୦,୦୦୦ ଟଙ୍କା ଜରିମାନା ଆଦାୟ କରିଛନ୍ତି। ବର୍ତ୍ତମାନ ସେ ହାଟିବାରୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନ ଖାଇରଟୋଲା PHC ରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟ କରୁଥିଲେ।
ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଦାୟର କରାଯାଇଥିବା ଅଭିଯୋଗ ଅନୁଯାୟୀ, ସନତ ମହାନ୍ତି ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଚିକିତ୍ସା ସୁବିଧା ଯୋଗାଇ ଦେବା ନାମରେ ୧୦,୦୦୦ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗରେ ଗିରଫ ହୋଇଥିଲେ। ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ଗ୍ରହଣ କରୁଥିବା ଅବସ୍ଥାରେ ହାତେନାତେ ଧରିଥିଲେ। ମାମଲାର ତଦନ୍ତ ପରେ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ଚାର୍ଜସିଟ୍ ଦାଖଲ କରାଯାଇଥିଲା।
ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟ ଏହି ମାମଲାର ଶୁଣାଣି କରି ସନତ ମହାନ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷର କଠୋର କାରାଦଣ୍ଡ ଏବଂ ୧୦,୦୦୦ ଟଙ୍କା ଜରିମାନା ଆଦାୟ କରିଛନ୍ତି। ଜରିମାନା ଅଦାୟ ହେଲେ ଅତିରିକ୍ତ କାରାଦଣ୍ଡ ଭୋଗିବାକୁ ପଡ଼ିବ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି, ଏବଂ ସରକାରୀ ସେବାରେ ଦୁର୍ନୀତି ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ଉପରେ ଜୋର ଦିଆଯାଉଛି।
